Below header

ସେପ୍ଟେମ୍ବର ୧ ରୁ ଖୋଲିବ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର

ଭୁବନେଶ୍ୱର(କେନ୍ୟୁଜ୍‌) : ସେପ୍ଟେମ୍ବର ପହିଲାରୁ ଖୋଲିବ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର। ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବିଏମସିର କୋଭିଡ ନିର୍ଦ୍ଦେଶାବଳୀ ଅନୁଯାୟୀ ଖୋଲିବ ମନ୍ଦିର। ଏହା ସହ ମହାପ୍ରଭୁଙ୍କ ରୂପାର ପ୍ରଭା, ନୂଆ ବିମାନ ଓ ନୂଆ ପାଲିଙ୍କି ତିଆରି କରିବାକୁ ନିଷ୍ପତ୍ତି ହୋଇଛି।

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ଚନ୍ଦ୍ରଶେଖର, ମା ଭୁବନେଶ୍ୱରୀ, ମା ପାର୍ବତୀଙ୍କ ପାଇଁ ତିନିଟି ରୂପାର ପ୍ରଭା ତିଆରି କରାଯିବ। ମହାପ୍ରଭୁଙ୍କ ଶତାଧିକ ବର୍ଷର ପୁରୁଣା ବିମାନ ଓ ପାଲିଙ୍କି ନୂଆ ତିଆରି କରିବାକୁ ମଧ୍ୟ ବୋର୍ଡ ନିଷ୍ପତ୍ତି ନେଇଛି। ମନ୍ଦିର ଖୋଲିବା ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.