ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡିବିଜେ ନୀତି ଆରମ୍ଭ : ପ୍ରଥମେ ଚକ୍ରରାଜ ସୁଦର୍ଶନ ପଛେ ପଛେ ଆସୁଛନ୍ତି ବଳଭଦ୍ର

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ ଶ୍ରୀଜୀଉ । ତେବେ ପୁରୀରେ ଏବେ ନୀତିକାନ୍ତି ପରେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର । ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି ।

ସେପଟେ ସମସ୍ତଙ୍କର ଅପେକ୍ଷା କେତେବେଳେ ନୀଳକନ୍ଦରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ରଥରେ ବସି ଯିବେ ଆଡ଼ପମଣ୍ଡପ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ବିଶ୍ୱନିୟନ୍ତାଙ୍କ ଦୁର୍ଲ୍ଲଭ ଦର୍ଶନ। ସେହି ଦିବ୍ୟ ମୁହୂର୍ତ୍ତକୁ ଚାହିଁ ରହିଛନ୍ତି ଭକ୍ତଜନ। ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ। ସଭିଏଁ ହେବେ ଏକାକାର। ଆଜି ସକାଳ ସାଢେ ୧୧ ଟାରୁ ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୫ ଟାରେ ରଥ ଟାଣିବା ଲାଗି ନୀତି ନିର୍ଘଣ୍ଟ କରାଯାଇଛି।

You might also like