ଗଞ୍ଜାମ: ସୁନାପଲ୍ଲୀ ଗାଁ ମୁଣ୍ଡରେ ଏକ ଗଛରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ

ଗଞ୍ଜାମ: ଗଛରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ସୁନାପଲ୍ଲୀ ଗାଁ ମୁଣ୍ଡରେ ଏକ ଗଛରେ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଆଜି ଭୋରରୁ କିଛି ଗ୍ରାମବାସୀ ଏହାକୁ ଦେଖିବା ପରେ ପୋଲିସକୁ ସୂଚନା ଦେଇଥିଲେ। ମୃତକମାନେ ସୁନାପଲ୍ଲୀ ଗାଁର ବୋଲି ଜଣାପଡ଼ିଛି। ଏହା ଆତ୍ମହତ୍ୟା କି ହତ୍ୟା ତାକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.