ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୮ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।  ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଦକ୍ଷିଣ ବଙ୍ଗୋପସାରର ମଧ୍ୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।  ଏହା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।  ୮ ତାରିଖ ପର୍ଯ୍ୟନ୍ତ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ।  ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରୁ ଗତି ପରିବର୍ତ୍ତନ ସମ୍ଭାବନା ରହିଛି ।  ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତରକୁ ଗତି କରିବ। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିଭଳି ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ୮ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ଓ ଘଡ଼ଘଡ଼ି ହୋଇପାରେ ।  ୩୦ରୁ ୪୦ କି.ମି. ବେଗରେ ପବନ ବି ବହିବାର ସମ୍ଭାବନା ଅଛି ।  ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି ।

Also read: ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…