ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ଲଘୁଚାପ, ଆହୁରି ୩ ଦିନ ଭିଜିବ ଓଡ଼ିଶା

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା ।

ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ୩ ଦିନ ଭିଜିବ ଓଡ଼ିଶା । ଆଜି ବି ଅଧିକାଂଶ ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଜି ଭୀଷଣ ବର୍ଷା ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

କିଛି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ବି ସତର୍କ ସୂଚନା ଦିଆଯାଇଛି । ଆସନ୍ତାକାଲି ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ସତର୍କତା । ତାପରେ ବର୍ଷା କମିବ । ୪ ତାରିଖରୁ ପାଗରେ ପରିବର୍ତ୍ତନ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.