ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ରାଜ୍ୟର ୧୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତକାଲି ଅନେକ ସ୍ଥାନରେ ବର୍ଷା ହୋଇଛି। ଆଜିଠୁ ବର୍ଷା ପରିମାଣ ବଢିବ । ତିନି ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗି ରହିବ। ଫଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି। ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ, ପୁରୀ , ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

rainଅନ୍ଯପଟେ ୪ ରୁ ୬ ତାରିଖରେ ଉତ୍ତର ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ସମ୍ଭାବ୍ୟ ଲଘୁଚାପ ଏବଂ ବାୟୁମଣ୍ଡଳର ଚାପର ତାରତମ୍ୟ ଯୋଗୁ ପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିମି ବେଗରେ ରହିବାର ସମ୍ଭାବନା ଥିବାରୁ ଏହି ସମୟରେ ମତ୍ସ୍ୟଜୀବୀ ମାନଙ୍କୁ ଏହି ଅଂଚଳର ର ଗଭୀର ସମୁଦ୍ର ମଧ୍ୟକୁ ମାଛ ମାରିବାକୁ ସମ୍ପୂର୍ଣ ଭାବେ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.