ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। କାଲି ଏହା ଡିପ୍ରେସନରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଗତି କରି ୨୪ ତାରିଖରେ ବାତ୍ୟା ୟସର ରୂପ ନେବ। ୨୫ତାରିଖରେ ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବ।

୨୬ ତାରିଖ ସକାଳେ ପଶ୍ଚିମବଙ୍ଗ, ନିକଟସ୍ଥ ଉତ୍ତର ଓଡ଼ିଶା ଓ ବାଂଲାଦେଶ ଉପକୂଳ ନିକଟରେ ପହଞ୍ଚିବ। ସଂଧ୍ୟା ସୁଦ୍ଧା ଅତି ପ୍ରବଳ ବାତ୍ୟାରେ ପରିଣତ ହୋଇ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ସମୁଦ୍ରତଟ ଅତିକ୍ରମ କରିବ। ୨୫ ତାରିଖରୁ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ । ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏହାସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ଅପରାହ୍ନରେ ଅଧିକ ପବନ ବହିବ । ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା ଓ ପୁରୀର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.