Below header

ଅସହ୍ୟ ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ!

ଭୁବନେଶ୍ୱର (କେନ୍ୟୁଜ): ତାତିରୁ ମିଳିବ ନିସ୍ତାର, ଦାନା ବାନ୍ଧୁଛି ଲଘୁଚାପ। ୫ରେ ହୋଇପାରେ ଲଘୁଚାପ । ଆସନ୍ତା ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଲଘୁଚାପ ସୃଷ୍ଟିର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ତେବେ କାଲି ରାତିରୁ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.