ସୃଷ୍ଟି ହେଲା ଲଘୁଚାପ : ପ୍ରବଳ ବର୍ଷିବ, ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପାସଗରରେ ଲଘୁଚାପ । କେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭତ ହେବ । ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆଗାମୀ ଦୁଇ ଦିନ ଭିତରେ ଏହା ଓଡ଼ିଶା ଉପକୂଳରେ ପହଞ୍ଚିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ପ୍ରଭାବରେ ୫ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।
ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଦିଆୟାଇଛି ୟେଲୋ ୱାର୍ଣ୍ଣିଂ । ୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ସମୁଦ୍ର ଅଶାନ୍ତ ରହୁଥିବାରୁ କାଲିଠାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି ।