କାଲିଠୁ ୧୩ ଯାଏ ବର୍ଷା, ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳକୁ ଗତି କରିବ ଲଘୁଚାପ

ଭୁବନେଶ୍ୱର : ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । ୧୩ ଯାଏ ରହିବ ବର୍ଷାର ପ୍ରଭାବ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳକୁ ଗତି କରିବ ଲଘୁଚାପ । ଗତିର ଦିଗ ପରିବର୍ତ୍ତନ ସହ ଉତ୍ତର ଉତ୍ତରପୂର୍ବ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି ।
୨୪ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ଆଜି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୧ ତାରିଖରେ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୨ ତାରିଖରେ ୧୫ ଜିଲ୍ଲା ଏବଂ ୧୩ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୫ ଓ୧୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Also read: ଚାଷୀଙ୍କୁ ଆଶ୍ବସ୍ତି, ଏଥର ସ୍ବାଭାବିକ ରହିବ ମୌସୁମୀ ବର୍ଷା