୧୪ରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୧୬ ତାରିଖରେ ହେବ ଅବପାତ

ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନୀଭୂତ ହେବ । ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ ନେବା ସମ୍ଭାବନା ରହିଛି ।

କେନ୍ୟୁଜ୍(ବ୍ୟୁରୋ):   ୧୪ ତାରିଖରେ ଲଘୁଚାପ । ୧୬ ତାରିଖରେ ହେବ ଅବପାତ । ବଙ୍ଗୋପସାଗରରେ ଆସନ୍ତା ୧୪ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଏନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନୀଭୂତ ହେବ । ୧୬ ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବ କେଉଁ ଅଞ୍ଚଳରେ ପଡ଼ିବ ସେନେଇ କୌଣସି ପୂର୍ବାନୁମାନ କରିନି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.