ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୬ ତାରିଖରେ ଲଘୁଚାପ ସମ୍ଭାବନା!

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ୬ ତାରିଖରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ଲଘୁଚାପ କ୍ଷେତ୍ର। ସମ୍ଭାବ୍ୟ ବାତ୍ୟା ନେଇ ମତ୍ସ୍ୟଜୀବୀଙ୍କ ପାଇଁ IMD ପକ୍ଷରୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୪ ଓ ୫ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଘଣ୍ଟାପ୍ରତି ପବନର ବେଗ ୪୦ କିଲୋମିଟରରୁ ୫୦ କିଲୋମିଟର ରହିବ । ଏହା ଘଣ୍ଟାପ୍ରତି ୬୦ କି.ମି ଛୁଇଁପାରେ । ୬ ଓ ୭ ତାରିଖରେ ପବନର ବେଗ ବୃଦ୍ଧି ପାଇବ ।

ଏଥିପାଇଁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ମେ’ ୩ ଓ ୪ରେ ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର ଓ ତ୍ରିପୁରାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ବଙ୍ଗୋପସାଗରରେ ଘନୀଭୂତ ହୋଇ ସମ୍ଭାବ୍ୟ ବାତ୍ୟା କେଉଁଆଡେ ମୁହାଁଇବ ଓ କେଉଁଠି ସ୍ଥଳଭାଗ ସ୍ପର୍ଶ କରିବ ତାହା ସ୍ପଷ୍ଟ ହୋଇନାହିଁ। ଏନେଇ ବିଦେଶୀ ପାଣିପାଗ ସଂସ୍ଥାର ବିଭିନ୍ନ ମଡେଲ ପକ୍ଷରୁ ଭିନ୍ନ ଭିନ୍ନ ଆକଳନ କରାଯାଉଛି । ହେଲେ ଏଯାଏ IMD ସମ୍ଭାବ୍ୟ ବାତ୍ୟାକୁ ନେଇ କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାର ରୂପ ନେଉ କି ନନେଉ ଓଡ଼ିଶା ଉପରେ ଏହାର ପ୍ରଭାବ ପଡିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.