୧୮ ବେଳକୁ ଲଘୁଚାପ, ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ୧୮ ବେଳକୁ ଲଘୁଚାପ ସମ୍ଭାବନା । ଉତ୍ତରପୂର୍ବ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ବାୟୁମଣ୍ଡଳର ୪.୫ କିମିରୁ ୭.୬ କିଲୋମିଟର ଉଚ୍ଚତାରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ୧୮ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୧୭ ଓ ୧୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କାଲି ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । ସେହିପରି ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୮ ତାରିଖରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.