ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ, ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା । ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ପ୍ରଭାବରେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ସହ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ, ଢେଙ୍କାନାଳ, ସମ୍ବଲପୁର, ଅଗୁଳ, ଯାଜପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ସମେତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହପିରି ଆସନ୍ତାକାଲି ବରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ୮ ଜିଲ୍ଲାକୁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା କୃଷି କାର୍ଯ୍ୟରେ ସହାୟକ ହେବ । ହେଲେ ବଡ଼ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳରେ ସାମୟିକ ଭାବେ ପାଣି ଜମିରହିବାର ସମ୍ଭାବନା ରହିଛି । ଡ୍ରେନେଜ ସମସ୍ୟା ମଧ୍ୟ ଉପୁଜିପାରେ ।

ଜୁଲାଇ ଦ୍ୱିତୀୟ ସପ୍ତାହର ଆରମ୍ଭରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ସେପଟେ ସାରା ଦେଶକୁ ଆଜି ଛୁଇଁଲା ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁ । ମେ ୨୯ରେ କେରଳ ଛୁଇଁଥିବା ବେଳେ ଓଡ଼ିଶାରେ ଜୁନ ୧୬ରେ ପହଞ୍ଚିଥିଲା ମୌସୁମୀ । ଜୁନ ୨୦ରେ ସାରା ରାଜ୍ୟକୁ ଛୁଇଁଥିଲା ମୌସୁମୀ ।..

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.