ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆସନ୍ତା ୩ ଦିନ ଯାଏ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଆଜିଠାରୁ ବଢ଼ିବ ବର୍ଷା ବିସ୍ତୃତି ଓ ପରିମାଣ । ପ୍ରବଳ ବର୍ଷା ନେଇ ଆଜି ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳ ନିକଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନରେ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ଦେଇ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ବର୍ଷା ହେବ । ଆଜିଠାରୁ ବଢ଼ିବ ବର୍ଷା ବିସ୍ତୃତି ଓ ପରିମାଣ । ପ୍ରବଳ ବର୍ଷା ନେଇ ଆଜି ୧୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ସେହିପରି ଅଧିକାଂଶ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ବି ହୋଇପାରେ । କାଲିଠୁ ଦୁଇ ଦିନ ଭୀଷଣ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ସେହିପରି ୨୧ ତାରିଖ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.