ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆଜି ବାତ୍ୟାରେ ହେବ ପରିଣତ !

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ ଲଘୁଚାପ । ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆଜି ଅବପାତରେ ପରିଣତ ହେବ । ପରବର୍ତ୍ତି ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ପରେ ଉତ୍ତରପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ କିମ୍ବା ଶ୍ରୀଲଙ୍କା ଉପୂକଳ ମୁହାଁଇବ। ବାତ୍ୟା ହେଲେ ଏହାର ନାଁ ରହିବ ପେଙ୍ଗାଲ । ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡିବନି । ଏହାର ପ୍ରଭାବରେ ୨୭ ତାରିଖରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଳାରେ ହାଲକା ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଏପଟେ ବାତ୍ୟା ଆଶଙ୍କା ନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ । ତାଙ୍କ ଆକଳନ ଅନୁସାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସଦୃଶ ଲଘୁଚାପ ଦିନେ ଦୁଇ ଦିନ ମଧ୍ୟରେ ଅବପାତରେ ପରିଣତ ହେବ। ଆସନ୍ତା ସପ୍ତାହ ଶେଷ ବେଳକୁ ଏହା ବାତ୍ୟାରେ ପରିଣତ ହେବ । ଦକ୍ଷିଣ ଭାରତରେ ଏହା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।