ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ପଶ୍ଟିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ବର୍ଷାର ଆକଳନ କରିଛି ଆଇଏମଡି।

ଆଜି ରେଡ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ମାନଙ୍କରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ ଫ୍ଲଡର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚା ଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ମଧ୍ୟ ରହିଛି। ପ୍ରବଳ ବର୍ଷା ହେବା ସମୟରେ ଗାଡିଚଳାଚଳ ପାଇଁ ବାରଣ କରାଯାଇଛି। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ୧୫ ତାରିଖ ପରେ କମିବ ବର୍ଷା ପରିମାଣ।

Barsha

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

5 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

50 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

56 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago