ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୦ ଯାଏଁ ଏ ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ତତସଂଲଗ୍ନ ବାଂଲାଦେଶ ଉପରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଆଗାମୀ ୨ରୁ ୩ ଦିନ ଯାଏ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ।
ଆଜି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ । ଏହି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖରେ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ୨୦ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୁରଭଞ୍ଜ କଟୀପଡା ରେ ସର୍ବାଧିକ ୭୨.୦ ମିମି ବର୍ଷା ରେକର୍ଡ ହୋଇଛି ।