ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟାରେ ହେବ ଅଧିକ ଘନୀଭୂତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପ୍ରବଳ ବର୍ଷିବ। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନବର୍ତ୍ତୀ ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ମଧ୍ୟଭାଗରୁ ୭.୬ କିଲୋମିଟର ଯାଏ ବ୍ୟାପିଛି । ଲଘୁଚାପ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପ୍ରଭାବରେ ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ଭିତରେ ଏହା ଆହୁରି ଘନୀଭୂତ ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ସାଙ୍ଗକୁ ବର୍ଷା ଜାରି ରହିଛି । ଆଜି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୬ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ତଳିଆ ଅଞ୍ଚଳଗୁଡିକ ଜଳମଗ୍ନ ହେବାର ଆଶଙ୍କା ରହିଛି । ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଲଘୁଚାପକୁ ଦୃଷ୍ଟିରେ ରଖି ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଜୁନ ୧ରୁ ଏଯାଏ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି ।

 

You might also like