୧୨ ଘଣ୍ଟା ମଧ୍ୟରେ ଲଘୁଚାପ: ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି ।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ଓ ବିସ୍ତୃତି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଓ ସମ୍ବଲପୁରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

୧୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ତେଣୁ ସତର୍କ ରହିବା ପାଇଁ କୁହାଯାଇଛି। ସେହିଭଳି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.