ଆସୁଛି ବଡ଼ ବର୍ଷା , ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ମଧ୍ୟଭାଗରୁ ସାଢ଼େ ଚାରି କିଲୋମିଟର ଉଚ୍ଚତା ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଲଘୁଚାପ ସୃଷ୍ଟି ହୋଇପାରେ ।

ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ପାଇଁ ୫ଟି ଜିଲ୍ଲା ଏବଂ ୧୭ ତାରିଖ ପାଇଁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.