ତାତିରୁ ମିଳିବ ତ୍ରାହି, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ପୁଣି ବର୍ଷିବ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଡିପରେସନରେ ପରିଣତ ହେବ । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ସମୂଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

You might also like