ବଙ୍ଗୋପସାଗରରେ ଲଘୁଚାପ: ପ୍ରଭାବରେ ରାଜ୍ଯରେ ପ୍ରବଳ ବର୍ଷା ! ୫ ଜିଲ୍ଳାକୁ ଅରେଞ୍ଜ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ।

lighteningରାଜ୍ଯର ୫ ଜିଲ୍ଳାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭଦ୍ରକ, ଯାଜପୁର, ସମ୍ବଲପୁର, ବରଗଡ ଓ ସୋନପୁରରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ସହିତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ୧୨ଟି ଜିଲ୍ଲା କଟକ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ୱର, ଅନୁଗୋଳ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରିରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.