ପଶ୍ଚିମା ଝଡ଼ର ପ୍ରଭାବ, ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବ

ଭୁବନେଶ୍ୱର (କେନ୍ୟୁଜ୍‌): ପୁଣି ଆସୁଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ସଂଲଗ୍ନ ମାଲକ୍କା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡମାନ ସାଗର ସଂଲଗ୍ନବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ।

ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଜ୍ଞାନୀ ଉମାଶଙ୍କର ଦାସ ଟ୍ଵିଟ କରିଛନ୍ତି । ଏଥିପାଇଁ ଦକ୍ଷିଣପୂର୍ବ ବଙ୍ଗୋପସାଗରରୁ ମାଛ ମାରିବାକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଦିଆଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ରାତି ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ । ଏଥିସହ ଧୀରେ ଧୀରେ ବୃଦ୍ଧି ପାଇବ ଦିନର ତାପମାତ୍ରା। ଆଗାମୀ ୪ରୁ ୫ଦିନ ମଧ୍ୟରେ ଦିନ ତାପମାତ୍ରା ସାମାନ୍ୟ ବଢ଼ିବ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.