ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆଣୁଛି ବଡ଼ ବର୍ଷା

ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ, ଆଣୁଛି ବଡ଼ ବର୍ଷା। ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ଫଳରେ ଅକ୍ଟୋବର ପହିଲାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏଥିପାଇଁ  ପାଗ ଅନୁକୂଳ ରହିଛି । ଏହା ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଦେଖିବାକୁ ମିଳିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ରାଜ୍ୟରେ ନିଅଣ୍ଟିଆକୁ ଭରଣା କରିପାରେ ଲଘୁଚାପ ବର୍ଷା । ମୌସୁମୀ ଋତୁରେ ଜୁନ ପହିଲାରୁ ଏଯାଏ ୧୦୮୧ ମିମି ବର୍ଷା ହୋଇଛି । ଯାହାକି ଏହି ସମୟ ମଧ୍ୟରେ ସ୍ବାଭାବିକ ବର୍ଷା ୧୧୧୪.୬ ମିମି ତୁଳନାରେ ୩ ପ୍ରତିଶତ କମ । ୩ ଜିଲ୍ଲାର ଅତ୍ୟଧିକ ୨ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.