ବଙ୍ଗୋପସାଗରରେ ଲଘୁଚାପ, ଆହୁରି ତିନି ଦିନ ଯାଏ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ଲଘୁଚାପ। ଆଉ ତିନି ଦିନ ଯାଏ ପ୍ରବଳ ବର୍ଷିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଜି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଲଘୁଚାପ। ଆଉ ତିନି ଦିନ ଯାଏ ପ୍ରବଳ ବର୍ଷିବ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁଇବ।

ଆଗାମୀ ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲା ମାନଙ୍କର କେତେକ ସ୍ଥାନରେ ୭ରୁ ୨୦ ସେମି ବର୍ଷା ହୋଇପାରେ। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଆଜି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.