ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ: ୨୪ ଘଣ୍ଟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଆଗକୁ ନେବ ଅବପାତ ରୂପ। ଗତକାଲିଠାରୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରେ ଲଘୁଚାପ ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଲଘୁଚାପ ସୃଷ୍ଟିରେ ୪୮ ଘଣ୍ଟା ପରେ ଘନୀଭୂତ ହୋଇ କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି।

ଆକ୍ୱାୱେଦର ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ଙ୍କ ମୁତାବକ, ଆଣ୍ଡାମାନ ଓ ନିକୋବର ଦୀପ ନିକଟରେ ଆଜି ରାତି କିମ୍ବା କାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ଅବପାତ ରୂପ ନେବ। ଫଳରେ ସପ୍ତାହ ଶେଷ ଆଡ଼କୁ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁର ପ୍ରବଳ ବର୍ଷାର ଅନୁମାନ କରିଛନ୍ତି ଜାସନ ନିକୋଲ୍‌ସ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.