ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ !

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ! । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମଦିଗକୁ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଯିବା ଅନୁମାନ କରାଯାଉଛି । ପ୍ରବାବରେ ତାମିଲନାଡୁ ଓ କେରଳ ଉପକୂଳରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ୧୧ରୁ ୧୪ ତାରିଖ ମଧ୍ୟରେ ଆନ୍ଧ୍ର, ତାମିଲନାଡୁ ଓ କେରଳରେ ପ୍ରବଳ ବର୍ଷା ଆଶଙ୍କା କରାଯାଉଛି । ତେବେ ଓଡ଼ିଶାରେ ଏହାର କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

You might also like