ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ, ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ୱେଲ ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ । ଏହି ୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହାଦ୍ୱାରା ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ସ୍ଥିତି ଉପୁଜିପାରେ ।

ଭୋଗରାଇ, ବାଲିଆପାଳ, ବାଲେଶ୍ୱର ଓ ବସ୍ତା ଭଳି ତଳି ଇଲାକାକୁ ବିପଦ ରହିଛି । ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ ଆଦି ଜିଲ୍ଲାରେ କିଛି ସ୍ଥାନରେ ମଧ୍ୟ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ବି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ । ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ । ୩୦ ତାରିଖ ଯାଏ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.