Below header

ବଙ୍ଗୋପସାଗରରେ ଲଘୁଚାପ : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱେର (କେନ୍ୟୁଜ): ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ । ଆସନ୍ତା ୨୪ ଘଣ୍ଟା ଭିତରେ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୩ ଦିନ ଧରି ପ୍ରବଳ ବର୍ଷା ହେବ । ବିଶେଷକରି ୧୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି । ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.