ସତର୍କ ! ଆସୁଛି ବଡ଼ ବର୍ଷା, ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ସୃଷ୍ଟି

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ବଡ଼ ବର୍ଷା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । ଆଜି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତାକାଲିଠୁ ତିନି ଦିନ ଭୀଷଣ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ ତାରିଖ ଗଞ୍ଜାମ, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ ଆଦି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ୧୫ ତାରିଖ ଯାଏ ସାରା ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି କୁହାଯାଇଛି। ଅନ୍ୟପଟେ ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି,ଉତ୍ତର ବଙ୍ଗୋପସାଗରରେ ୧୯ ତାରିଖରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.