ଆହୁରି ଦୁଇ ଦିନ ବର୍ଷିବ: ଆଜି ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ରେକର୍ଡ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ଆଜି ବି ବିସ୍ତୃତି ବର୍ଷା ଜାରି ରହିବ । ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡା, କଳାହାଣ୍ଡିକୁ ରେଡ୍ ଆଲର୍ଟ ଜାରି ହୋଇଛି।

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ପରେ ବର୍ଷା ବିସ୍ତୃତି ବଢିଛି। ଆହୁରି ଦୁଇଦିନ ଲାଗି ରହିବ ବର୍ଷା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ରେକର୍ଡ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ଆଜି ବି ବିସ୍ତୃତି ବର୍ଷା ଜାରି ରହିବ । ସକାଳ ୮ଟା ୩୦ ଯାଏ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ନୂଆପଡା, କଳାହାଣ୍ଡିକୁ ରେଡ୍ ଆଲର୍ଟ ଜାରି ହୋଇଛି।

ଏସବୁ ଜିଲ୍ଲାର କିଛି ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ଜିଲ୍ଲାରେ ବୃଷ୍ଟିପାତରେ ତୀବ୍ରତା ଓ ମାତ୍ରା ଅଧିକ ରହିବ । ଅକସ୍ମାତ ବନ୍ୟା ସ୍ଥିତି ଉପୁଜିପାରେ । କିଛି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବା ଆଶଙ୍କା ରହିଛି । ବର୍ଷା ଯୋଗୁ ନଦୀର ଜଳସ୍ତର ବୃଦ୍ଧି ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.