ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ ସକ୍ରିୟ, ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨ ଦିନ ଯାଏ ଉତ୍ତର-ପଶ୍ଚିମ ଦିଗର ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା ହେବ। ଆଜି କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, କଳାହାଣ୍ଡି, ଜଗତସିଂହପୁର ଓ ଗଞ୍ଜାମରେ ପ୍ରବଳ ବର୍ଷିବ । ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମୌସୁମୀ ନିଷ୍କ୍ରିୟ ଥିବା ବେଳେ ଜୁନ ୧ରୁ ଏଯାଏ ରାଜ୍ୟରେ ୨୯ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ବିଶେଷକରି ଯାଜପୁର, ଭଦ୍ରକ, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ଅନୁଗୁଳରେ ବର୍ଷା ପରିମାଣ କମ୍‌ ଯୋଗୁ ଚାଷ କାମ ପ୍ରଭାବିତ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.