ସକ୍ରିୟ ରହିଛି ଲଘୁଚାପ: ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା । ଜନଜୀବନ ପ୍ରଭାବିତ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ପ୍ରଭାବରେ ତୁହାକୁ ତୁହା ବର୍ଷା । ଜନଜୀବନ ପ୍ରଭାବିତ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ୭ରୁ ୧୧ ସେମି ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ମଧ୍ୟ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି ।

ସେପଟେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି। ୨୩ରୁ ପୁଣି ବର୍ଷା ପରିମାଣ ବଢ଼ିବ । ଚଳିତ ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୭୧୩. ୫ ମିମି ବର୍ଷା ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ପରିମାଣ ଠାରୁ ୮ ପ୍ରତିଶତ କମ୍ । ଗୋଟିଏ ଜିଲ୍ଲା ବୌଦ୍ଧରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୯ଜିଲ୍ଲାରେ ନିଅଣ୍ଟିଆ ଓ ୨୦ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.