Below header

ସକ୍ରିୟ ଲଘୁଚାପ : ଆଜି ୨୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ, ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାରେ ଭୀଷଣ କାଚିବ!

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ କଟକ, ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଗତକାଲିଠାରୁ କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ତୀବ୍ର ବର୍ଷା ହେଉଛି ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ପ୍ରଭାବରେ କଟକ, ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଗତକାଲିଠାରୁ କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ତୀବ୍ର ବର୍ଷା ହେଉଛି । ଏବେ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ ।

ଆଜି ୨୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

ଆସନ୍ତାକାଲି ବି ରାଜ୍ୟରେ ମୂଷଳଧାରାରେ ବର୍ଷା ହୋଇପାରେ । କାଲି ପାଇଁ ପଶ୍ଚିମ ଓଡ଼ିଶାର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଲି ପରେ ବର୍ଷା ପ୍ରଭାବ କମିବ । ଆଜି ଓ କାଲି ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଥିବାରୁ ନୂଆଁଖାଇକୁ ଫିକା କରି ଦେଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.