Below header

ଅବପାତର ରୂପ ନେଲା ୱେଲ ମାର୍କଡ ଲୋ ପ୍ରେସର: ଆହୁରି ୨ଦିନ ପ୍ରବଳ ବର୍ଷିବ

ଅବପାତର ରୂପ ନେଲା ୱେଲ ମାର୍କଡ ଲୋ ପ୍ରେସର। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଆଗାମୀ ଦୁଇ ଦିନ ଧରି ପ୍ରବଳ ବର୍ଷିବ। ଆଜି ୨୩ ଜିଲ୍ଲାରେ ନିର୍ଘାତ ବର୍ଷା ହେବ। ଉତ୍ତର ଆଭ୍ୟନ୍ତରୀଣ ସମେତ କେତେକ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଭୁବନେଶ୍ୱର (କେନ୍ୟୁଜ): ଅବପାତର ରୂପ ନେଲା ୱେଲ ମାର୍କଡ ଲୋ ପ୍ରେସର। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏବେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଏହା କେନ୍ଦ୍ରୀଭୂତ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଗାମୀ ଦୁଇ ଦିନ ଧରି ପ୍ରବଳ ବର୍ଷିବ। ଆଜି ୨୩ ଜିଲ୍ଲାରେ ନିର୍ଘାତ ବର୍ଷା ହେବ। ଉତ୍ତର ଆଭ୍ୟନ୍ତରୀଣ ସମେତ କେତେକ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ପ୍ରବଳତର ବର୍ଷା ଢାଳିପାରେ। ଆଜି ପାଇଁ ୧୩ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଦିଆଯାଇଛି । ୨ ତାରିଖ ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଅର୍ଥାତ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ୩ ତାରିଖରେ କମିବ ବର୍ଷା ପରିମାଣ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.