ଆସନ୍ତା ୨୬ରେ ଆସୁଛି ଲଘୁଚାପ, ୨୭ରେ ଅବପାତ ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ୨୬ରେ ଲଘୁଚାପ, ୨୭ରେ ଅବପାତ ସମ୍ଭାବନା । ୨୫ ତାରିଖ ବେଳକୁ ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଆଉ ଏକ ଲଘୁଚାପ । ୨୬ରେ ଲଘୁଚାପ, ୨୭ରେ ଅବପାତ ସମ୍ଭାବନା । ୨୫ ତାରିଖ ବେଳକୁ ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୬ ତାରିଖ ବେଳକୁ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।

ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.