ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ, ଆସନ୍ତାକାଲି ଅବପାତରେ ହେବ ପରିଣତ

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଅଧିକ ଘନୀଭୂତର ସମ୍ଭାବନା ରହିଛି । ଲଘୁଚାପର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।

ଭୁବନେଶ୍ୱର (କେନ୍ୟୁଜ): ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ଆସନ୍ତାକାଲି ସକାଳ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଅଧିକ ଘନୀଭୂତର ସମ୍ଭାବନା ରହିଛି । ୨୫ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା । ଲଘୁଚାପର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।

ତେବେ ବାୟୁର ଦିଗ ପରିବର୍ତ୍ତନ ସହ ବଙ୍ଗୋସାଗରରୁ ଅଧିକ ଆର୍ଦ୍ରତା ଆସିବ । ୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବାଲେଶ୍ଵର ଓ ଭଦ୍ରକରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨ ଦିନ ଭିତରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧିର ସମ୍ଭାବନା ରହିଛି । ଏହାପରେ ତାପମାତ୍ରାରେ ବଡ଼ ଧରଣର ସମ୍ଭାବନା ନାହିଁ ।

Leave A Reply

Your email address will not be published.