୧୪ରେ ଲଘୁଚାପ ସମ୍ଭାବନା ! ବଢ଼ିବ ଶୀତ

୧୪ ତାରିଖରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ୧୪ ତାରିଖରେ ଲଘୁଚାପ ସମ୍ଭାବନା। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପରେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ୧୬ତାରିଖ ବେଳକୁ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଅବପାତର ରୂପନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସେପଟେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ସର୍ବନିମ୍ନ ୧୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି କୋରାପୁଟ ୧୧.୭, ସିମିଳିଗୁଡା ୧୨, ଦାରିଙ୍ଗବାଡି ୧୩.୫ ଡିଗ୍ରୀ, କିରେଇ ୧୪.୫, ଫୁଲବାଣୀ ୧୫, କଟକ ୨୦, ଭୁବନେଶ୍ୱର ୨୦.୨ ଡିଗ୍ରୀ ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.