୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ, ୪ ଦିନ ଯାଏ ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଏଥିସହ ମୌସୁମୀ ସକ୍ରିୟ ରହିଛି । ୪ ଦିନ ଯାଏ ପ୍ରବଳ ବର୍ଷିବ।

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ଏଥିସହ ମୌସୁମୀ ସକ୍ରିୟ ରହିଛି । ୪ ଦିନ ଯାଏ ପ୍ରବଳ ବର୍ଷିବ। ପୁଣି ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୨୦ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୯ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେଇପାରେ। ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ । ବଙ୍ଗୋପସାଗରରେ ଲଘୁଚାପ। ଉତ୍ତର ପଶ୍ଚିମ ବଙ୍ଗୋପସାଗର, ସଂଲଗ୍ନ ଉତ୍ତର ଓଡିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ରହିଛି ଲଘୁଚାପ।

ବଢିବ ବର୍ଷାର ପରିମାଣ। ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅତି ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ୨୦ ତାରିଖରୁ ବଢିବ ବର୍ଷାର ପରିମାଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ଠାରୁ ୧୦୩ ପ୍ରତିଶତ ଅଧିକ ରହିଛି ।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.