ତାତିରୁ ମିଳିବ ଆଶ୍ଵସ୍ତି, ଆସୁଛି ଲଘୁଚାପ

ଆସୁଛି ଲଘୁଚାପ । ଆସନ୍ତା ୨୨ ତାରିଖ ବେଳକୁ ଲଘୁଚାପ ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରାରମ୍ଭରେ ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ଲଘୁଚାପ । ଆସନ୍ତା ୨୨ ତାରିଖ ବେଳକୁ ଲଘୁଚାପ ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରାରମ୍ଭରେ ଲଘୁଚାପ ଉତ୍ତରପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ୪ରୁ ୫ ଦିନ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧିର ସମ୍ଭାବନା ରହିଛି ।

୨୪ ତାରିଖ ଯାଏ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଗରମ ଓ ଗୁଳୁଗୁଳି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

You might also like