Below header

ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ, ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି

ଭୁବନେଶ୍ବର: ଏବେ ବି ଅସ୍ପଷ୍ଟ ରହିଛି ବାତ୍ୟାର ଗତିପଥ । ଆଜି ସନ୍ଧ୍ୟାରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ ଲଘୁଚାପ। ଏଯାଏ ଅବପାତ ହୋଇନାହିଁ ତେଣୁ ଦିଗ ବିଷୟରେ କହିବେନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା । ସମ୍ଭାବ୍ୟ ବାତ୍ୟା ନେଇ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ । ଅଧିକ ସଂଖ୍ୟକ ବାତ୍ୟା ଆଶ୍ରୟସ୍ଥଳ ଚିହ୍ନଟ କରିବାକୁ କୁହାଯାଇଛି ।

cyclone 1ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି । ୧୨ଟି ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସିଂରେ ଆଲୋଚନା କରାଯାଇଥିବା ସ୍ୱତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି ।  ଆଜିଠାରୁ ମତ୍ସ୍ୟଜୀବୀମାନଙ୍କୁୁ ସମୁଦ୍ର ଭିତରକୁ ମାଛ ମାରିବାକୁ ନଯିବାକୁ କୁହାଯାଇଛି ।

strome୧୯ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଧାନ ମଣ୍ଡିରେ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।  ଆସନ୍ତାକାଲି ଠାରୁ ଉତ୍ତର ଓଡ଼ିଶାର ପ୍ରଭାବିତ ଜିଲ୍ଲା ଗୁଡିକର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହେବାସହ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଦାୟିତ୍ୱ ଦିଆଯାଇଥିବା  ଏସଆରସି କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.