୨୧ ତାରିଖରେ ଆସୁଛି ଲଘୁଚାପ ! ପ୍ରଭାବରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

କେନ୍ଯୁଜ୍: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ୨୧ତାରିଖରେ ଲଘୁଚାପ ସୃଷ୍ଟ ନେଇ ଆନ୍ତର୍ଜାତିକ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍‌ ପୂର୍ବାନୁମାନ କରିଛନ୍ତି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରପୂର୍ବ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିିଛି।

ସେପଟେ ପାଣିପାଗ ବିଭାଗର ପୂର୍ବାନୁମାନ, ଜୁଲାଇ ୨୩ ବେଳକୁ ଘନୀଭୂତ ହେବ ଲଘୁଚାପ। ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ୨୪ ତାରିଖ ଯାଏ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି। ଆସନ୍ତା ୨୪ ଘଣ୍ଟାରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ। ସେପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧୯ଟି ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ ଓ ଅବଶିଷ୍ଟ ୧୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.