ବଙ୍ଗୋପସାଗରରେ ଲଘୁଚାପ, ଝଡ଼ବର୍ଷା ନେଇ ଚେତାବନୀ ୨୪ ଜିଲ୍ଲାକୁ ଚେତାବନୀ

ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ ।

ଭୁବନେଶ୍ୱର(କେନ୍ୟୁଜ୍‌):ବଙ୍ଗୋପସାଗରରେ ଲଘୁଚାପ । ଦକ୍ଷିଣ ପଶ୍ଚିମ ଓ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ଏହା ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ । ୨୫ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର ପଶ୍ଚିମ ଉତ୍ତର ପୂର୍ବ ସଂଲଗ୍ନ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୩ ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରି ଆସିବାକୁ କୁହାଯାଇଛି ।

୨୫ ଓ ୨୬ ତାରିଖରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନ ରହିଛି । ବାଲେଶ୍ଵର ଓ ଭଦ୍ରକରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଚେତାବନୀ ୨୪ ଜିଲ୍ଲାକୁ ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର ।

 

Leave A Reply

Your email address will not be published.