Below header

ବଦଳିଲା ପାଗ : ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ସାରା ରାଜ୍ୟରେ ଲଗାଣ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍) : ବଦଳିଲା ପାଣିପାଗ। ଗତକାଲି ରାତିରୁ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହାର ପ୍ରଭାବରେ ଜୁଲାଇ ୧ ତାରିଖରେ ଉପକୂଳ ଓଡିଶାରେ ପ୍ରବଳ ରୁ ଅତିପ୍ରବଳ ବର୍ଷା ହେବ। କେନ୍ଦ୍ରୀୟ ଓ ପଶ୍ଚିମ ଓଡିଶାରେ ମଧ୍ୟ ପ୍ରବଳ ବର୍ଷିବ। ବର୍ଷା ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଆସନ୍ତା ୨୪ ଘଣ୍ଟା ଭିତରେ ଅଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖି ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.