ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ, ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ୪୮ ଘଣ୍ଟାରେ ଲଘୁଚାପ । ଆଣ୍ଡାମାନ ସାଗର ଉପରିଭାଗରେ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି ।

ଆଗାମୀ ଦୁଇ ଦିନ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୫ ଓ ୧୬ ତାରିଖ ପାଇଁ ଉପକୂଳ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏପଟେ ଓଡ଼ିଶାର ବାକି ଅଞ୍ଚଳରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.