ଆଜି ଓ କାଲି ପ୍ରବଳ ବର୍ଷା ସମ୍ଭାବନା! ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୭ରୁ ହୋଇପାରେ ପାଗରେ ପରିବର୍ତ୍ତନ

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ବର୍ଷାରେ ଭିଜୁଛି ଉପକୂଳରୁ ଉପାନ୍ତ । ଆଜି ଓ କାଲି ପ୍ରବଳ ବର୍ଷା ସମ୍ଭାବନା ରହିଛି ।ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବ ଲଘୁଚାପ । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜି ପାରେ। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ କଚ୍ଚାଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୭ ତାରିଖରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.