Below header

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୯ ତାରିଖରୁ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନାହିଁ ।

ଉପକୂଳ ଓ ସଂଲଗ୍ନ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ସ୍ୱଳ୍ପ ବର୍ଷା ହୋଇପାରେ।  ଅକ୍ଟୋବର ୨୫ରେ ଉପକୂଳ ଓଡ଼ିଶା ଜିଲ୍ଲା ଗୁଡ଼ିକ, କେନ୍ଦୁଝର, ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.