ଆଜି ସୃଷ୍ଟି ହେବ ଲଘୁଚାପ, ଦକ୍ଷିଣ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ

ଆଜି ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ । ୨୪ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ ।

ଆଜି ସୃଷ୍ଟି ହେବ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ଆଜି ଲଘୁଚାପ ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ । ୨୪ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଅବପାତ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସହ ଏହା ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି । ୨୫ ତାରିଖ ବେଳକୁ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୨୩ ତାରିଖ ସକାଳୁ ସମୁଦ୍ର ଅଶାନ୍ତ ରହିବ । ତେବେ ବାତ୍ୟା ନେଇ ଏଯାଏ କୌଣସି ଆକଳନ ହୋଇନାହିଁ । ୨୫ ତାରିଖ ବେଳକୁ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

You might also like