Below header

ବଦଳିପାରେ ମୌସୁମୀ, ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର(କେନ୍ୟୁଜ୍‌) : ବଦଳିପାରେ ମୌସୁମୀ କାରଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜିଠୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବଢିପାରେ। ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାରେ ୱେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ରାଜ୍ୟରେ ଜୁନ୍ ପହିଲାରୁ ଏବେ ସୁଦ୍ଧା ମୋଟ ୫୯୮ ଦଶମିକ ୬ ମିଲିମିଟର ବର୍ଷା ହୋଇଛି। ୩୧ ପ୍ରତିଶତ ନିଅଣ୍ଚିଆ ବର୍ଷା ହୋଇଥିବାବେଳେ ଏହି ଲଘୁଚାପ ବର୍ଷା ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆଣିପାରେ ବୋଲି ଆଶା କରାଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.